ଖୋଲିବ ରତ୍ନ ଭଣ୍ଡାର; ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ମୁତୟନ ହେଲେ ୧୫ ପ୍ଲାଟୁନ୍ ଫୋର୍ସ

ଦୀର୍ଘଦିନ ଅପେକ୍ଷାର ଆଜି ଅନ୍ତ ହେବାକୁ ଯାଉଛି । କେବେ ଖୋଲିବ ରତ୍ନ ଭଣ୍ଡାର? ଏହି ପ୍ରଶ୍ନରେ ଆଜି ପୂର୍ଣ୍ଣଛେଦ ପଡିବାକୁ ଯାଉଛି । ମହା ରୁଦ୍ରାଭିଷେକ ପରେ ଆସିସାରିଛି ଲୋକନାଥଙ୍କ ଆଜ୍ଞାମାଳ । ଆଜି ଖୋଲାଯିବା ରତ୍ନଭଣ୍ଡାର । ତେବେ ଏନେଇ ସୁରକ୍ଷା ବଳୟରେ ରହିଛି ଶ୍ରୀମନ୍ଦିର ।

RATN BHANDAR

ରତ୍ନଭଣ୍ଡାର ଖୋଲିବାର ଶୁଭ ମୂହୁର୍ତ୍ତ ୧ଟା ୨୮ ମିନିଟ୍ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି । ଯେଉଁ ଭକ୍ତ ଭିତରେ ଅଛନ୍ତି ସେମାନଙ୍କୁ ଭିତରୁ ବାହାର କରାଯାଉଛି । ମନ୍ଦିର ଭିତରେ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇ ରହିଛନ୍ତି । ପୁରୀରେ ମୋଟ ୧୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇ ରହିଛନ୍ତି ।

ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ସେମାନଙ୍କୁ ଯାଞ୍ଚ କରାଯିବ। ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ। ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦଶର୍ନ କରିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ତେବେ ରତ୍ନଭଣ୍ଡାର କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶନିବାର ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ ।

ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାରର ସଂଖ୍ୟା, ଗୁଣାତ୍ମକ ମାନ, ଓଜନ ଓ ଫଟୋଚିତ୍ର ସମ୍ବଳିତ ଡିଜିଟାଲ କାଟାଲଗ୍‌ ମଧ୍ୟ ପ୍ରସ୍ତୁତ କରାଯିବ, ଯାହାକି ଭବିଷ୍ୟତ ପାଇଁ ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ଉପଯୋଗ କରିହେବ । ଏହି ସମସ୍ତ ପ୍ରକ୍ରିୟାରେ ଧାର୍ମିକ ଭାବାବେଗ, ସ୍ବଚ୍ଛତା ଓ ପାରଦର୍ଶିତାକୁ ଗୁରୁତ୍ୱ ଦିଆଯିବ। ଏ ନେଇ ପ୍ରସ୍ତୁତ ଏସ୍‌ଓପି ମନ୍ଦିର ପ୍ରଶାସନକୁ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆବଶ୍ୟକତା ଅନୁସାରେ କାର୍ଯ୍ୟ କରିବାକୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+