ପୁଣି ଖୋଲିଲା ରତ୍ନ ଭଣ୍ଡାର, ସ୍ଥାନାନ୍ତର ହେଛି ଖାଲି ସିନ୍ଦୁକ ଓ ଆଲମିରା
ପୁଣି ଥରେ ଖୋଲିଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର। ଶୁକ୍ରବାର ଦିନ ପ୍ରାୟ ୨ଟା ସମୟରେ ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଉପସ୍ଥିତିରେ ରତ୍ନ ଭଣ୍ଡାର ଖୋଲାଯାଇ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି।

ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ କୋଠରୀକୁ ସ୍ଥାନାନ୍ତର ହେଉଛି ଖାଲି ଆଲମିରା ଓ ସିନ୍ଦୁକ। ରାଜ୍ୟ ସରକାରଙ୍କ ସ୍ଵତନ୍ତ୍ର ଏସଓପି ଅନୁସାରେ ଦିନ ୧ଟାରୁ ସ୍ଥାନାନ୍ତରଣ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସ୍ପଷ୍ଟ କରାଯାଇଛି।












Click it and Unblock the Notifications