ଓଡ଼ିଶା ଓ ରତନ ଟାଟାଙ୍କ ମଧ୍ୟରେ ସମ୍ପର୍କ ଥିଲା ଅତି ନିବିଡ଼, ଜାଣନ୍ତୁ କାହିଁକି

ଓଡ଼ିଶା ଓ ରତନ ଟାଟାଙ୍କ ମଧ୍ୟରେ ସମ୍ପର୍କ ଥିଲା ଅତି ନିବିଡ଼ । ଓଡିଶାର ଶିଳ୍ପ, ଅର୍ଥନୈତିକ ପ୍ରଗତି, ସମାଜସେବା କ୍ଷେତ୍ରରେ ରତନ ଟାଟାଙ୍କର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା ଓ ଅତୁଳନୀୟ ଅବଦାନ ।

Ratan Tata

ଓଡ଼ିଶାର ଯାଜପୁରର କଳିଙ୍ଗନଗର ଇସ୍ପାତ କାରଖାନା, ଗୋପାଳପୁରରେ ପ୍ରତିଷ୍ଠା ହୋଇଛି ଟାଟା ପ୍ରକଳ୍ପ । ଏହି ପ୍ରୋଜେକ୍ଟ ପାଇଁ ଏକାଧିକ ଥର ଓଡ଼ିଶା ଆସିଛନ୍ତି ରତନ ଟାଟା ।

୧୯୯୫ରେ ଗୋପାଳପୁର ଷ୍ଟିଲ୍ ପ୍ରକଳ୍ପ ପାଇଁ ଓଡ଼ିଶା ଆସିଥିଲେ ରତନ ଟାଟା । ପ୍ରକଳ୍ପ ଶିଳାନ୍ୟାସ କରିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ । ୨୦୧୮ରେ ଗଞ୍ଜାମ ଜାଗା ମିଶନ ପ୍ରକଳ୍ପ ସହ ସେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ ଥିଲେ ।

ଓଡ଼ିଶାରେ ବସ୍ତି ବାସିନ୍ଦାମାନଙ୍କୁ ଘର ଯୋଗାଇ ଦେବା କ୍ଷେତ୍ରରେ ଟାଟା ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ 'ଜାଗା ମିଶନ' ପ୍ରକଳ୍ପ ଆରମ୍ଭ ହୋଇଥିଲା। ଯାହାକି ସେତେବେଳେ ବସ୍ତି ବାସିନ୍ଦାଙ୍କ ପାଇଁ ବିଶ୍ୱର ସବୁଠୁ ବଡ଼ ପ୍ରକଳ୍ପର ମାନ୍ୟତା ପାଇଥିଲା।

ସେହିଭଳି ରାଜ୍ୟ ବିଭିନ୍ନ ଦୁର୍ବିପାକର ସମ୍ମୁଖୀନ ହେଉଥିବା ବେଳେ ଟାଟା ଗ୍ରୁପ୍ ଓ ରତନ ଟାଟାଙ୍କ ଅବଦାନ ଅତୁଳନୀୟ ଥିଲା। ଟାଟା ଗ୍ରୁପର ଏକାଧିକ କମ୍ପାନୀ ଓଡିଶାରେ ପ୍ରତିଷ୍ଠା ହେବା ସହ ଶିକ୍ଷା, ସ୍ୱାସ୍ଥ୍ୟ, ସ୍କିଲ ଡେଭଲପମେଣ୍ଟ କ୍ଷେତ୍ରରେ ନିରବଚ୍ଛିନ ଭାବେ କାର୍ଯ୍ୟ ଜାରି ରଖିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+