ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ଅଗଷ୍ଟ ମାସରେ ଗଣତି ମଣତି ସମ୍ଭାବନା!

ସରିଲା ରତ୍ନଭଣ୍ଡାର ମରାମତି । ଖୁବଶୀଘ୍ର ହେବ ଗଣତି ମଣତି । ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଅଗଷ୍ଟ ମାସରେ ଗଣତି ମଣତି ହେବା ସମ୍ଭାବନା । ଉଚ୍ଚସ୍ତରୀୟ କମିଟି ବୈଠକରେ ହେବ ଚୁଡାନ୍ତ ନିଷ୍ପତ୍ତି । ଦୁଇ ଜଣ ଏକ୍ସପର୍ଟ ଦେବାକୁ ଆରବିଆଇ କୁ ଚିଠି ଲେଖାଯିବ । ଯେଉଁ ମାନେ ସୋମନାଥ ମନ୍ଦିର ଓ ବିଭିନ୍ନ ବଡ ମନ୍ଦିରରେ ଅଳଙ୍କାର ଗଣତିରେ ସେମାନଙ୍କର ଅଭିଜ୍ଞତା ଥିବ । ରତ୍ନ ଅଳଙ୍କାର ରଖିବା ପାଈଁ ନୂଆ ସିନ୍ଦୁକ ପ୍ରସ୍ତୁତ କରାଯାଇଛି । ଅଭିଜ୍ଞ ବଣିଆ ଚିହ୍ନଟ କରାଯିବ । ରତ୍ନଭଣ୍ଡାର ମରାମତି ପରେ ଶତାଧିକ ବର୍ଷ ସ୍ଥାୟୀତ୍ବ ରହିବ । ରତ୍ନଭଣ୍ଡାର ମରାମତି ପରେ ASI ଶ୍ରୀମନ୍ଦିର ପ୍ରଶାସନ କୁ ହସ୍ତାନ୍ତର କରି ସାରିଛି ।

ratnbhanda

ସୂଚନା ଅନୁଯାୟୀ ନୀଳାଦ୍ରିବିଜେ ପୂର୍ବରୁ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଶେଷହୋଇଛି । ମହାପ୍ରଭୁଙ୍କ କୃପାରୁ ଏହା ସମ୍ଭବ ହୋଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ଭିତର ଓ ବାହାର ରତ୍ନଭଣ୍ଡାରରେ ତିନିଟି ଲେଖାଏଁ ତାଲା ପକାଯାଇ ଜଉମୁଦ କରାଯାଇଛି। ଚାବିଗୁଡ଼ିକୁ ଉପଯୁକ୍ତ ସ୍ଥାନରେ ରଖାଯାଇଛି। ରତ୍ନଭଣ୍ଡାର ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଅତି କମ୍‌ରେ ଏହା ୨ଶହ ବର୍ଷ ପର୍ଯ୍ୟନ୍ତ ସୁରକ୍ଷିତ ରହିବ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ସ୍ୱତନ୍ତ୍ର ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ଖଟ ଓ ଫୁଲ ଶେଯ ଘରେ ରହିଥିବା ରତ୍ନ ଅଳଙ୍କାର ରତ୍ନଭଣ୍ଡାରକୁ ଅଣାଯିବ ବୋଲି ଡ. ପାଢ଼ୀ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ନୀତିକାନ୍ତି କିମ୍ବା ଦର୍ଶନ ବ୍ୟାଘାତ ନକରି କାମ କରାଯାଇଛି ।

ଅନେକ ଦିନ ୧୬ରୁ ୧୭ ଘଣ୍ଟା କାମ ହୋଇଛି। ଏହା ଆମପାଇଁ ଏକ ଗର୍ବର ବିଷୟ ବୋଲି ସେ କହିଛନ୍ତି। ୨୦୨୪ ଜୁଲାଇ ୧୪ରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ଏହାର ମରାମତି ପାଇଁ ସରକାରଙ୍କ ଠାରୁ ଅନୁମତି ଓ ସ୍ବତନ୍ତ୍ର ମାର୍ଗଦର୍ଶିକା ଆସିଥିଲା। ଅସ୍ଥାୟୀ ଖଟ ଓ ଫୁଲଶେଯ ଘରକୁ ଷ୍ଟ୍ରଙ୍ଗ୍‌ରୁମ୍‌ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+