ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ପ୍ରାୟ ସବୁ ପରୀକ୍ଷାର ଫଳ ବାହାରି ସାରିଥିବା ବେଳେ କେବଳ ଯୁକ୍ତ ଦୁଇ ପରୀକ୍ଷା ଫଳ ବାକି ରହିଛି । ଏନେଇ ଛାତ୍ରଛାତ୍ରୀ ଚାହିଁ ବସିଥିବା ବେଳେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ କହିବା ଅନୁସାରେ, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍‌ଶୀଘ୍ର ପ୍ରକାଶ ପାଇବ ବୋଲି ସେ କହିଛନ୍ତି ।

ପ୍ରକାଶଥାଉକି, ଏପ୍ରିଲ 2 ତାରିଖରୁ ଖାତା ଦେଖା ଆରମ୍ଭ ହୋଇଥିଲା । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ କରାଯାଇଥିଲା ।

Nityanand Gand

ମେ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବା ନେଇ ଲକ୍ଷ୍ୟ ରଖାଯାଇଥିଲା । ଆଜି 14 ତାରିଖ ହୋଇଥିବା ବେଳେ ଖୁବଶୀଘ୍ର ରେଜଲ୍ଟ ବାହାରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଚଳିତ ବର୍ଷ ମୋଟ 3 ଲକ୍ଷ 93 ହଜାର 616ଜଣ ଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି । ଏପ୍ରିଲ ୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଏବଂ ଏପ୍ରିଲ ୧୬ ତାରିଖରୁ ୨୮ ତାରିଖ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+