ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା
ଆଜିଠୁ ପୁଣି କମ୍ପିବ ବିଧାନସଭା । ମୁହାମୁହିଁ ହେବେ ଶାସକ- ବିରୋଧୀ । ଉଠିପାରେ ମଣ୍ଡି, ଚାଷୀ ଓ ଆଇନଶୃଙ୍ଖଳା ପ୍ରସଙ୍ଗ । ମଣ୍ଡିରେ ଧାନକିଣାକୁ ନେଇ ଅବ୍ୟବସ୍ଥାରେ ରାଜନଗରରେ ଚାଷୀ ମୃତ୍ୟୁ, ଆଇନଶୃଙ୍ଖଳା ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ନେଇ ବିଜେଡି ସୁପ୍ରିମୋ କ୍ଷୋଭ ପ୍ରକାଶ କରିଥିବା ବେଳେ ଗୃହରେ ଏହାକୁ ଉଠାଇପାରେ ଦଳ । ରାଜ୍ୟସଭା ନିର୍ବାଚନରେ କମନ କ୍ୟାଣ୍ଡିଡେଟ ପ୍ରସଙ୍ଗରେ ହୋଇପାରେ ସରଗରମ ଆଲୋଚନା । ତେବେ ବିଧାନସଭାରେ ଉଭୟ ଦଳ ଉଭୟଙ୍କ ପ୍ରସଙ୍ଗରେ ଲଢ଼ିବେ ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

ବିଜେଡି ନିଜ ପ୍ରସଙ୍ଗ ଓ କଂଗ୍ରେସ ତା ନି ପ୍ରସଙ୍ଗରେ ଲଢ଼ିବ। ସମସ୍ତେ ଓଡ଼ିଶାବାସୀଙ୍କ ପାଇଁ ଲଢୁଛନ୍ତି । ସରକାରଙ୍କ ବିରୋଧରେ ଅନେକ ଇସ୍ୟୁ ଅଛି। ବିଜେଡି ମହିଳା, ଚାଷୀ, ଆଇନଶୃଙ୍ଖଳା ପରିସ୍ଥିତି ବେକାରୀ ସମସ୍ୟା ନେଇ ଲଢିବ ବୋଲି କହିଛନ୍ତି ପ୍ରମିଳା। ବିଜେଡି ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ ଲଢ଼ୁଛି। ରାଜ୍ୟର ସ୍ୱାର୍ଥ ପାଇଁ ବିଜେଡ଼ି -କଂଗ୍ରେସ ବିଧାନସଭାରେ ମିଳିତ ଭାବେ ସ୍ବର ଉଠାଇବେ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ । ସାଂପ୍ରଦାୟିକ ଶକ୍ତିକୁ ରୋକିବାକୁ ଧର୍ମନିରପେକ୍ଷ ଶକ୍ତି ଏକାଠି ହେଲେ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି ।
ସେପଟେ ରାଜ୍ୟସଭା ନିର୍ବାଚନରେ ବିଜେଡି- କଂଗ୍ରେସ ଏକାଠି ନେଇ ଟାର୍ଗେଟ କରିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ରାଜ୍ୟସଭା ନିର୍ବାଚନ ନେଇ କଂଗ୍ରେସ -ବିଜେଡି ଭୟଭୀତ । ତାଙ୍କ ବିଧାୟକ କୁଆଡେ ପଳାଇବା ଭୟ ଘାରିଛି । ଆମେ ଖୋଲା ବୁଲୁଛୁ । ଆମର ଭୟ ନାହିଁ ବୋଲି ସେ କହିଛନ୍ତି । କଂଗ୍ରେସ ସହ ମିଶିଲେ ବିଜେଡି ଆଉ କଂଗ୍ରେସ ଉଭୟ ବୁଡ଼ିଯିବେ ବୋଲି କହିଛନ୍ତି ଜୟନାରାୟଣ ମିଶ୍ର। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଚାଷୀ ଝଡରେ ବିଧାନସଭା ଧୋଇ ହୋଇ ଯାଇଥିଲା । ଏପ୍ରିଲ ୮ ତାରିଖ ଯାଏ ଚାଲିବ ବିଧାନସଭା ।
-
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ? -
ଇତିହାସ ରଚିଲା ଟିମ୍ ଇଣ୍ଡିଆ, ଫାଇନାଲରେ ୯୬ ରନରେ ଜିତି ଟାଇଟଲ ବଜାୟ ରଖିଲା ଭାରତ -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…











Click it and Unblock the Notifications