ପାଣ୍ଡିଆନଙ୍କ ଘର ଆଗରୁ ହଟିଲା ସୁରକ୍ଷା ବ୍ୟାରିକେଡ଼

ଭି.କେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ। ଭୁବନେଶ୍ୱର ୟୁନିଟ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ କରାଯାଇଥିବା ବ୍ୟାରିକେଡକୁ ହଟାଇ ଦିଆଯାଇଛି।

v k pandian

ବିଜେଡି ସରକାର କ୍ଷମତାରେ ଥିବାବେଳେ ପାଣ୍ଡିଆନଙ୍କ ବାସଭନବ କଡ଼ା ସୁରକ୍ଷା ବଳୟ ଭିତରେ ଥିଲା। ସୁରକ୍ଷାକର୍ମୀ ରାତିଦିନ ଜଗି ରହୁଥିଲେ। କ୍ୱାର୍ଟରକୁ ଜଗି ରହିଥିବା ସୁରକ୍ଷାକର୍ମୀ ସେହି ରାସ୍ତାରେ ଯାଉଥିବା ଲୋକଙ୍କୁ ଗୋଟିଏ ମିନିଟ୍ ସେଠାରେ ଠିଆ ହେବାକୁ ଅନୁମତି ଦେଉ ନଥିଲେ।।

ପାଣ୍ଡିଆନଙ୍କ ବାସଭବନକୁ ସୁରକ୍ଷା ଦେବା ପାଇଁ ସର୍ବସାଧାରଣ ରାସ୍ତାରେ ବ୍ୟାରିକେଡ ମଧ୍ୟ କରାଯାଇଥିଲା। ଏନେଇ ଅଭିଯୋଗ ଆସିବା ପରେ ଏହି ବ୍ୟାରିକେଡକୁ ଆବଶ୍ୟକ ସ୍ଥଳେ ଖୋଲା ଯାଉଥିଲା ଓ ଏହାକୁ ବନ୍ଦ କରି ଦିଅଯାଉଥିଲା। ବ୍ୟାରକେଡ ପାଖରେ ପୁଲିସ ମଧ୍ୟ ଜଗି ରହୁଥିଲେ। ତେବେ ବିଜେଡି ସରକାର କ୍ଷମତାରୁ ହଟିବା ପରେ ଏବେ ପଣ୍ଡିଆନଙ୍କ ଘର ଆଗରୁ ବ୍ୟାରିକେଡ୍ ହଟାଯାଇଛି। ତାଙ୍କ ବାସଭବନରେ ଆଗରେ ମଧ୍ୟ ଆଉ ପୁଲିସ ଛାଉଣୀ ନାହାନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+