ପିପିଲି ବଳଙ୍ଗା ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କ ଚାଞ୍ଚଲ୍ୟକର ବୟାନ; ୩ ଦୁର୍ବୃତ୍ତ ବାଇକ୍ରେ ...
ପିପିଲି ବଳଙ୍ଗା ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କ ଚାଞ୍ଚଲ୍ୟକର ବୟାନ। ଝିଅଟି ଜଳୁଥିବା ଅବସ୍ଥାରେ ବଞ୍ଚାଅ ବଞ୍ଚାଅ କହି ଦୌଡ଼ି ଆସିଲା । ମୋ ଘର ଭିତରକୁ ପଶି ଆସିବାରୁ ତୁରନ୍ତ ନିଆଁ ଲିଭାଇ ପାଣି ଦେଲି ।
ପୂରା ଶରୀର ପୋଡ଼ି ଯାଇଛି, ନିଆଁ ଲିଭାଇ ଡ୍ରେସ୍ ପିନ୍ଧାଇଲି । ମୁହଁକୁ ରୁମାଲ ପକାଇ ୩ ଦୁର୍ବୃତ୍ତ ବାଇକ୍ରେ ନେଇ ଆସିଥିଲେ କହିଲା । ବହି ଦେବାକୁ ଆସି ଫେରିଲା ବେଳେ ଏପରି ଘଟଣା ଘଟିଛି କହିଲା। ସେମାନେ କିଏ ପଚାରିବାରୁ ଚିହ୍ନିନି ବୋଲି ମୋତେ କହିଛି ।

ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍ ଗଠନ କରାଯାଇ ତଦନ୍ତ କରାଯାଉଛି। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀ, ସ୍ପର୍ଶକାତର। ତେଣୁ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛୁ।
ଉକ୍ତ ଘଟଣାରେ କାହାରିକୁ ଅଟକ କରାଯାଇନି, କେବଳ ପଚରାଉଚରା ଜାରି ରହିଛି। ଫୋରେନସିକ୍ ଟିମ୍ ମଧ୍ୟ ଯାଞ୍ଚ ଆରମ୍ଭ କରି ସାରିଛି। ଦହନଶୀଳ ସାମଗ୍ରୀ ବ୍ୟବହାର ହୋଇଛି, ମାତ୍ର ତାହା କ'ଣ ସ୍ପଷ୍ଟ ହୋଇନି। ଏଥିରେ କେତେଜଣ ସମ୍ପୃକ୍ତ, ପୀଡ଼ିତା ସେଠାକୁ କିପରି ଆସିଲେ ତଦନ୍ତ ଚାଲିଛି। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା ହୋଇପାରିନି। ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିନାକ ମିଶ୍ର କହିଛନ୍ତି।












Click it and Unblock the Notifications