ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ

ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୁଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

jagannath mandir

ପୁରୀର ମୁଖ୍ୟ ପ୍ରବେଶପଥରେ ଚେକିଂକୁ କଡାକଡି କରାଯିବ । ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ।

ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ଯ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ। ମାର୍କେଟ ଛକଠାରୁ ହେବ NO VEHICLE ZONE । ଶ୍ରୀମନ୍ଦିର ବାହାରେ ଓ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ଦର୍ଶନର ସୁବ୍ୟବସ୍ଥା କରାଯିବ ବୋଲି ଏସପି ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+