୧୩ ପ୍ରସ୍ତାବ ଉପରେ ଲାଗିଲା ରାଜ୍ୟ କ୍ୟାବିନେଟ ମୋହର
ଭୁବନେଶ୍ବର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ୧୩ଟି ପ୍ରମୁଖ ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୧୦ଟି ବିଭାଗର ୧୩ଟି ପ୍ରସ୍ତାବ ପାରିତ । ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଆଜି ୧୩ଟି ପ୍ରସ୍ତାବକୁ ମଂଜୁରୀ ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରିଛନ୍ତି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି । ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ ।

ରାଜ୍ୟ ସରକାର ନଗର ଉନ୍ନୟନ ବିଭାଗରେ ୩୬୫ଟି ଜୁନିଅର ଇଞ୍ଜିନିୟର ପଦବି ସୃଷ୍ଟି କରିଛନ୍ତି। ପବ୍ଲିକ ହେଲ୍ଥ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆକୁ ୫ ଏକର ଜମି ଅନୁମୋଦନ ଦେଇଛନ୍ତି। ସେହିପରି ୨ଶହ ଇଲେକ୍ଟ୍ରି ବସ୍ ଚଳାଇବାକୁ ବ୍ୟବସ୍ଥା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ବସ୍ଗୁଡ଼ିକ ଭୁବନେଶ୍ବର ସମେତ ରାଜ୍ୟର ଅନ୍ୟ ସ୍ଥାନରେ ସେବା ଯୋଗାଇବ। ସହରାଂଚଳରେ ଏଲଇଡି ଲାଇଟ୍ ପାଇଁ ୧୧୨ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ ଦେଇଛନ୍ତି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।












Click it and Unblock the Notifications