କାଲି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ହୋଇପାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା
କାଲି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଆସନ୍ତା ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଦିନ ୧୧.୩୦ରେ ଅନୁଷ୍ଠିତ ହେବ କ୍ୟାବିନେଟ ବୈଠକ।

ସୂଚନାଯୋଗ୍ୟ ଯେ ଗତ ଜୁନ୍ ୧୨ ତାରିଖରେ ମୋହନ ସରକାର ଶପଥ ଗ୍ରହଣ ଦିନ ପ୍ରଥମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା, ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ, ରାଜ୍ୟରେ ସମୃଦ୍ଧ କୃଷକ ନୀତି ଅଧୀନରେ ଧାନର ଏମ୍ଏସ୍ପି ୩୧୦୦ ଟଙ୍କାକୁ ବୃଦ୍ଧି ଏବଂ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର୍ ପ୍ରଦାନ ନେଇ ନିଷ୍ପତ୍ତି ହୋଇଥିଲା।
ଏହି ନିଷ୍ପତ୍ତିର ବର୍ତ୍ତମାନର ସ୍ଥିତି ଏବଂ ଏହାକୁ କିପରି ସୁରୁଖୁରୁରେ କାର୍ଯ୍ୟକାରୀ କରାଯାଉଛି କିମ୍ବା କରାଯିବ; ସେନେଇ ବୈଠକରେ ଆଲୋଚନା ହେବ। ସେହିପରି ମୋହନ ସରକାର ନିଜର ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ଉପରେ ଗୁରୁତ୍ୱ ଦେଉଥିବା ବେଳେ ବୈଠକରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଜଣାପଡ଼ିଛି।












Click it and Unblock the Notifications