ମୃତ ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର

ପୁରୀ ଶରଧାବାଲିରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏପରିକି ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି ।

mohan majhi

ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ । ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+