ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର

ପୁଣି ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ବଢାଇଲେ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କରାଯାଇଛି ।

gopabandhu health card

ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ଥିଲା । ତେଣୁ ରାଜ୍ୟ ସରକାର ଏହାକୁ ଆଉ ଏକ ବର୍ଷ ନିମନ୍ତେ ବୃଦ୍ଧି କରିଛନ୍ତି । ତେଣୁ ଗତ ବର୍ଷର ତାଲିକା ଚଳିତ ବର୍ଷ ମଧ୍ୟ କାର୍ଯ୍ୟ କରିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ୨୨ ତାରିଖରେ ବିଧାନସଭାରେ ଉଠିଥିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ପ୍ରସଙ୍ଗ । ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ଏନେଇ ଗୃହରେ ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ରାଜ୍ୟର ସାମ୍ବାଦିକଙ୍କ ପାଇଁ ଉଦ୍ଧିଷ୍ଟ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାର ସମୟ ଅବଧି ଅଗଷ୍ଟ ୩୧ ତାରିଖରେ ଶେଷ ହେଉଛି ।

ପ୍ରତିବର୍ଷ ଜୁନ୍ ବା ଜୁଲାଇ ମାସରୁ ଏହାର ନବୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହେଇଥାଏ । ଆଉ ଚଳିତ ବର୍ଷ ଏହି ପ୍ରକ୍ରିୟା ଆରମ୍ଭ ହେଲାଣି କି ବୋଲି ସେ ପ୍ରଶ୍ନ କରିଥିଲେ । ଏଥିସହ ଏହି ସ୍ୱାସ୍ଥ୍ୟବୀମା ଯୋଜନାକୁ ସରକାର ଚାଲୁ ରଖିବେ ନା ବନ୍ଦ କରିଦେବେ ବୋଲି ସେ ପ୍ରଶ୍ନ କରିଥିଲେ । ଯାହାର ଜବାବ ରଖିଥିଲେ ମଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+