ସାହସିକତା ପାଇଁ ରାଜ୍ୟ ସରକାର ଦେଲେ ପୁରସ୍କାର; ଆଶା ଦିଦି ଶିବାନୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଆସାସ
ସାହସୀ ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ୍ ଆବାସ ଘର । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଶିବାନୀଙ୍କ ଘର କାର୍ଯ୍ୟାଦେଶ ଦେଇଛି ଜିଲ୍ଲା ପ୍ରଶାସନ

। କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଆଶା ଦିଦି ଶିବାନୀ ମଣ୍ଡଳ ମାନବିକତା ଓ ନିସ୍ବାର୍ଥପରତାର ଉତ୍କୃଷ୍ଟ ପ୍ରଦର୍ଶନ କରି ବାତ୍ୟା 'ଦାନା' ସମୟରେ ପ୍ରଂଶସନୀୟ କାର୍ଯ୍ୟ କରିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଗୃହ ମଞ୍ଜୁର କରାଯାଇଛି ।
ଶିବାନୀଙ୍କ ସହ କଥାହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ପ୍ରଶଂସା କରିଥିଲେ । ଶୁକ୍ରବାର ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ ।
ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ । ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି । ଗାଁର ଜନୈକା ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା ଯୋଗୁଁ ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ । ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।












Click it and Unblock the Notifications