ସାମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କଲେ ରାଜ୍ୟ ସରକାର
ବଢ଼ିଲା ବାତ୍ୟା ଆଶଙ୍କା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମେ ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

ମେ ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି ।
ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି ।












Click it and Unblock the Notifications