ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର; ରାଜ୍ୟରେ ଗଠିତ ହେଲା ୩ ନୂଆ ସିଭିଲ୍ ଜଜ୍ କୋର୍ଟ
ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍ ସିଭିଲ୍ ଜଜ୍ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications