ଆଜି ରାଜ୍ୟ ଦେଖିବ ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ

୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେବେ ଅନୁ ଗର୍ଗ । ବୁଧବାର ସନ୍ଧ୍ୟାରେ ବିଧିବଦ୍ଧ ଭାବେ ସେ ଦାୟିତ୍ଵ ଗ୍ରହଣ କରିବେ । ତେବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅବସର ନେବେ। ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ପତ୍ନୀ ତଥା ଅବସରପ୍ରାପ୍ର ପ୍ରାଶାସନିକ ଅଧିକାରୀ ଆରତୀ ଆହୁଜା ମଧ୍ୟ ଉପସ୍ଥିତ ଥିଲେ। ଉଭୟ ସେମାନଙ୍କର ପ୍ରଶାସନିକ କ୍ୟାରିଅର ଭିତରେ ଓଡ଼ିଶାକୁ ଗଭୀର ଭାବେ ଭଲ ପାଇବା ସଂପର୍କରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ। ଓଡ଼ିଶାର ବିକାଶ ଓ ଭବିଷ୍ୟତ ପାଇଁ ସେ ସକରାତ୍ମକ ଅଭିବ୍ୟକ୍ତି ଓ ଦୃଢୋକ୍ତି ପ୍ରକାଶ କରିଥିଲେ। ସମସ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ ସେମାନଙ୍କର ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

Chief Secretary

ମନୋଜ ଆହୁଜା ଅବସର ନେବା ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ନେବେ। ଏବେ ଉନ୍ନୟନ କମିସନର ଥିବା ଅନୁ ଗର୍ଗ, ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ତୁଲାଇବେ। ଏଥିସହ ସେ ହେବେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ। ୨୦୨୪ରୁ ମୁଖ୍ୟ ଶାସନ ସଚିବ ଥିବା ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ରେ ସରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+