ଉରାଉଛି ବାତ୍ୟା ଦାନା; ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
ବାତ୍ୟା ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ଆଜି ଠାରୁ ୨୬ ତାରିଖ ଯାଏଁ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିବା ପରେ ସତର୍କ ହୋଇଛି ଜିଲ୍ଲା ପ୍ରଶାସନ। ମୁଖ୍ୟାଳୟ ନଛାଡ଼ିବା ପାଇଁ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ପୁରୀ -ସାଗରଦ୍ୱୀପ ମଝିରେ ବାତ୍ୟା 'ଦାନା' ଲ୍ୟାଣ୍ଡଫଲ କରିବା ନେଇ ଆଇଏମଡିର ସୂଚନା ପରେ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ପୁରୀ ବେଳାଭୂମିରେ ନାଲି ପତାକା ଲଗାଯାଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୨୩ ତାରିଖରେ ବାତ୍ୟାରେ ପରିଣତ ହେବ। ଲ୍ୟାଣ୍ଡଫଲ ନେଇ ନିର୍ଦ୍ଦିଷ୍ଟ ସୂଚନା ପରେ ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଯାଜପୁରକୁ ଆଲର୍ଟ କରାଯାଇଛି ।












Click it and Unblock the Notifications