ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି
ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ଦୃଷ୍ଟିରୁ ଛତିଶା ନିଯୋଗର ପରାମର୍ଶ କ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ।

୨୦୨୪ ଡିସେମ୍ବର ୧୭ରୁ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ ଆରମ୍ଭ କରିଥିଲା ଏଏସ୍ଆଇ। ହେଲେ ମହାପ୍ରଭୁଙ୍କ ବିଶେଷ ନୀତିକାନ୍ତି ସମ୍ପାଦନ ନିମନ୍ତେ ବାରମ୍ବାର କାମ ବନ୍ଦ ରହୁଛି। ତେଣୁ ନିର୍ଦ୍ଧାରିତ ୩ ମାସ ଭିତରେ ଏଏସ୍ଆଇ ଏହି କାମ ସାରିପାରିବ କି ନାହିଁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।












Click it and Unblock the Notifications