ଖୋଲିବ ରତ୍ନ ଭଣ୍ଡାର ! ଆଜି ବସୁଛି ରତ୍ନ ଭଣ୍ଡାର ଯାଞ୍ଚ କମିଟି ପ୍ରଥମ ବୈଠକ

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ। ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ।

Ratna Bhandar

ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ମୋଡାଲିଟି ପ୍ରସ୍ତୁତ କରାଯିବ । ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ। ଏତେ କମ୍ ଦିନରେ ଗଣତି ମଣତି ଓ ମରାମତି କରାଯିବା ଅସମ୍ଭବ। ତେଣୁ ସେ ସମୟରେ ନୀତି କାନ୍ତି କିଭଳି ସମନ୍ୱୟ ରଖି କରାଯିବ ଏବଂ ଗଣତି ମଣତି କରାଯିବ ତା ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ।

ବିଜେଡି ସରକାର ଅମଳରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

ନୂଆ କମିଟିରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀତା ଥିବା ବହୁ ଦକ୍ଷ ଓ ବିଜ୍ଞ ବ୍ୟକ୍ତିଙ୍କୁ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଲେ ଡାକ୍ତର ସିବିକେ ମହାନ୍ତି, ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍ ପ୍ରକାଶ ମିଶ୍ର, ସ୍ୱାମୀ ପ୍ରଜ୍ଞାନନ୍ଦ ଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ପ୍ରତ୍ନତତ୍ତ୍ୱ ବିଭାଗର ପ୍ରତିନିଧି, ମଧୁସୂଦନ ସିଂଘାରୀ, ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲ୍ଲାପାଳ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ସାମିଲ କରାଯାଇଛି ।

୪୬ ବର୍ଷ ପରେ ଆମେ ଏ କାର୍ଯ୍ୟ କରିବାକୁ ଯାଉଛୁ। ରତ୍ନ ଭଣ୍ଡାର ଖୋଲାଗଲା ପରେ ଏହାର ପ୍ରକୃତ କାମ ଗଣତି ଓ ମଣତି ନେଇ ନିଷ୍ପତ୍ତି ହେବ। ଭିତର ଓ ବାହାର ରତ୍ନଭଣ୍ଡାରର ଗହଣାକୁ କାଢ଼ି ସୁରକ୍ଷାରେ ରଖିବା ବଡ଼ କାମ। କାମକୁ ସୁରୁଖୁରରେ ସମ୍ପାଦନ କରିବାକୁ ଯଥାସାଧ୍ୟ ପ୍ରଚେଷ୍ଟା କରିବୁ। ରତ୍ନ ଭଣ୍ଡାରରୁ ଅଳଙ୍କାର ଚିହ୍ନଟ ଓ ଗଣତିକୁ ଖୁବ୍ ଶୀଘ୍ର ସାରିବାକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି ଜଷ୍ଟିସ୍ ବିଶ୍ୱନାଥ ରଥ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+