ବଦଳିଲା ପାଗ; ୧୫ ତାରିଖ ଠାରୁ ବଢିବ ଶୀତ, ସୂଚନା ଦେଲା ପାଣିପାଗ ବିଭାଗ
ବଦଳୁଛି ପାଗ। ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର। ରାଜ୍ୟକୁ ଶୀତ ଋତୁ ଆସିନି।

କିନ୍ତୁ ଶୀତର ପ୍ରକୋପ ଆରମ୍ଭ ହେଲାଣି। ବିଳମ୍ୱିତ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସାମାନ୍ୟ କୁଡୁଡି ଦେଖିବାକୁ ମିଳୁଥିବା ବେଳେ ଶୀତ ଅନୁଭୂତ ହେଉଛି। ଭୋରୁ ଭୋରୁ ପ୍ରବଳ ଶୀତ ହେଉଥିବା ଦେଖିବାକୁ ମିଳିଛି। ଆସନ୍ତା ୧୫ ତାରିଖରେ କାର୍ତ୍ତିକ ପୂର୍ଣ୍ଣମା ପଡୁଛି। ତା'ପରଠାରୁ ଶୀତର ପ୍ରକୋପ ବଢ଼ିବ ଅନୁମାନ କରାଯାଉଛି।
ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । କାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।












Click it and Unblock the Notifications