ଆଗାମୀ ୪ ଦିନ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆଗାମୀ ୪ ଦିନ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ । ୨ରୁ ୩ ଡିଗ୍ରୀ ବଢିପାରେ ଦିନର ତାପମାତ୍ରା । ଉଷ୍ମ ଆର୍ଦ୍ର ଜଳବାୟୁ ସ୍ଥିତି ଲାଗି ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ଏବେ ବି ଜାରି ରହିଛି ତାତି । ବିଶେଷକରି ଉପକୂଳରେ କଲବଲ କରୁଛି ଗୁଳୁଗୁଳି । ନା ତାତିରୁ ମିଳୁଛି ତ୍ରାହି, ନା ଗୁଳୁଗୁଳିରୁ ମିଳୁଛି ଆଶ୍ୱସ୍ତି ।

weather

ଏହାରି ଭିତରେ ଆଶ୍ୱସ୍ତିକର କଥା ହେଉଛି ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବ । ପରେ ଏହା ରାଜ୍ୟର ଅନ୍ୟ ଅଂଳଚକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲିସିୟସ ବଢ଼ିପାରେ । ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ସହ ୫ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଲାଗି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+