ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି, ଏହି ତିନି ଜିଲ୍ଲାକୁ ଘନ କୁହୁଡ଼ି
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଏବଂ କୋରାପୁଟ ଜିଲ୍ଲାର କେତେକ ଅଞ୍ଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ଭୁବନେଶ୍ବର ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ସହିତ ଏସବୁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ସେହିଭଳି ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ କେତେକ ଅଞ୍ଚଳରେ ମଧ୍ୟମ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଥିବା ପାଣିପାଗ କହିଛି। ସେହିପରି ଜାନୁଆରୀ ୧୫ରେ, କଳାହାଣ୍ଡି, କନ୍ଧମାଳ, ଏବଂ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ଅଧିକ ରହିଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।












Click it and Unblock the Notifications