୧୩ ରୁ ରାଜ୍ୟରେ ବଢିବ ତାତି, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୧୩ ତାରିଖରୁ ରାଜ୍ୟରେ ପୁଣି କଲବଲ କରିବ ତାତି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଏମିତିକି କିଛି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଫଳରେ ତାତିରୁ ଆଶ୍ବସ୍ତ ହୋଇଛନ୍ତି ବଲାଙ୍ଗିରବାସୀ। ସେହିପରି ନୂଆପଡ଼ାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି।
ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।












Click it and Unblock the Notifications