କାଲି ସୁଦ୍ଧା ଭୀଷଣ ରୂପ ନେବ ବାତ୍ୟା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଦାନା ବାନ୍ଧୁଛି ବାତ୍ୟା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି।

Rain

ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ଆସନ୍ତାକାଲି ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ସାଗରଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉତ୍ତର ଓ ଉପୂକଳ ଓ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୋଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୁଆପଡା ଜିଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିଭଳି ଷୋମବାର ସକାଳ ସୁଦ୍ଧା ଉତ୍ତର ତଟବର୍ତ୍ତୀ ଜିଲାର ଅଧିକାଂଶ ସ୍ଥାନରେ, ଦକ୍ଷିଣ ତଟବର୍ତ୍ତୀ ଜିଲା ଅନେକ ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଏବଂ ଜଗତ୍ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+