ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ନିର୍ଦ୍ଧାରିତ ସମୟ ପୂର୍ବରୁ ହେଲା ଶେଷ

ଶେଷ ହେଲା ବିଧାନସଭା ଅଧିବେଶନ । ୧୮ କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ବିଧାନସଭା । ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା । ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ ।

Legislative Assembl

ନଭେମ୍ବର ୨୭ ତାରିଖରେ ଆରମ୍ଭ ହୋଇଥିଲା ବିଧାନସଭା ଶୀତ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତି ବିଧାନସଭାରେ ଅଭିଭାଷଣ ରଖିଥିଲେ । ଏହାପରେ ୨ୟ ଦିନରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡିସେମ୍ବର ୪ରୁ ବିଭିନ୍ନ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଉପରେ ଆଲୋଚନା ଆରମ୍ଭ ହୋଇଥିଲା। ଆଉ ଏବେ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିଥାନ୍ତା ଅଧିବେଶନ । କିନ୍ତୁ ୧୮ କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ବିଧାନସଭା । ଚଳିତ ଶୀତ ଅଧିବେଶନରେ ସମୁଦାୟ ୧୧ ଦିବସ ଚାଲିଛି ଗୃହ । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+