ଶ୍ରୀମନ୍ଦିର ପ୍ରଶାସନ ଚିଠି ପାଇବା ପରେ ଆଜିଠୁ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ଭଙ୍ଗା କର୍ଯ୍ୟା

ଭଙ୍ଗା ହେବ ମହାପ୍ରଭୁଙ୍କ ତିନି ରଥ । ନିଳାଦ୍ରିବିଜେ ପରେ ଶ୍ରୀହୀନ ହୋଇପଡିଥିଲେ ତିନି ରଥ। ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ରଥଭଙ୍ଗା କାର୍ଯ୍ୟ। ନିୟମ ଅନୁଯାୟୀ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାମ ଆରମ୍ଭ ହୋଇଛି।

Puri temple

ଏହାପରେ ତାଳଧ୍ୱଜ ରଥ ଭଙ୍ଗାଯିବ। ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବାର ପରମ୍ପରା ରହିଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ। ତା ପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି। ଏହା ପରେ ସବୁ ଅଂଶକୁ ଭଙ୍ଗା ଯିବ। ତେବେ ଗୋଟିଏ ରଥକୁ ଭାଙ୍ଗିବା ପାଇଁ ୪ଦିନ ସମୟ ଲାଗିବ।

ସେହିପରି ତିନି ରଥ ଭଙ୍ଗା କାମ ୧୦ରୁ ୧୨ ଦିନ ଭିତରେ ଶେଷ ହେବ ବୋଲି କହିଛନ୍ତି ମୁଖ୍ୟ ଭୋଇ ସର୍ଦ୍ଦାର। ସେପଟେ ରଥ ଭଙ୍ଗା ଯିବା ପରେ ସିଂହାସନ , ପ୍ରଭା , ନାଟଗୋଡ , ଗୁଜ ଓ ଚକକୁ ନେଇ ଗୁଣ୍ଡିଚା ମନ୍ଦିର ଭିତରେ ରଖାଯିବ। ତାହାକୁ ବିକ୍ରି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥାଏ। ଅନ୍ୟପଟେ ବଳକା ଭଙ୍ଗା କାଠଗୁଡିକୁ ଦୋଳବେଦୀ କୋଣରେ ରଖିବା ପରେ ତାହା ଚିରଟ କରାଯାଇ ମହାପ୍ରସାଦ ରୋଷେଇ ପାଇଁ ଜାଳେଣୀ ଆକାରରେ ବ୍ୟବହାର କରାଯାଇଥାଏ।

ସେପଟେ ଦେବୀ ରଥରୁ ବାହାରୁଥିବା ଲୁହା କଣ୍ଟାକୁ ଫଳୁ ନ ଥିବା ଗଛରେ ବାଡେଇଲେ ଫଳ ଭରିଥାଏ ବୋଲି ବିଶ୍ୱାସ ରହୁଥିବାରୁ ଅନେକ ଭକ୍ତ ଏହି କଣ୍ଟା ସଂଗ୍ରହ କରିଥାନ୍ତି । ଶ୍ରୀମନ୍ଦିରର ଭୋଇସେବକମାନେ ଏହି ରଥଭଙ୍ଗା କାର୍ୟ୍ୟରେ ନିୟୋଜିତ ହୋଇଥିବା ବେଳେ ରଥଭଙ୍ଗା ସମୟରେ ରଥନିକଟରେ କଡାସୁରକ୍ଷା ବ୍ୟବସ୍ଥା କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+