ଆଜିଠୁ ଆରମ୍ଭ ହେଲେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବରଗଡ଼ ଧନୁଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଧନୁଯାତ୍ରାର ସଫଳ ଆୟୋଜନ ପାଇଁ ରାଷ୍ଟ୍ରପତି କାମନା କରିଛନ୍ତି।

dhanu yatra

ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ର୍ନିମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ର୍ନିମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ର୍ନିମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।

ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ର୍ନିମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ର୍ନିମାଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+