ଠାକୁରଙ୍କୁ ବି ଛାଡ଼ିଲେନି, ଲୁଟିନେଲେ ହାନହୁଣ୍ଡି ଓ ସୁନାଗହଣା
ବାଲେଶ୍ୱର/ନୟାଗଡ଼: ମନ୍ଦିରରେ ଠାକୁରଙ୍କ ସମ୍ପତ୍ତି ବି ଛାଡ଼ିଲେନି । ଲୁଟିନେଲେ ଦାନ ଟଙ୍କା ସହ ସୁନା ଗହଣା । ଦୁଇଟି ଭିନ୍ନ ମନ୍ଦିରରୁ ଦୁବୃର୍ତ୍ତ ଚୋରି କରିଥିବା ଖବର ଆସିଛି । ବାଲେଶ୍ୱରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱର ମନ୍ଦିର ଓ ନୟାଗଡ଼ର ଫତେଗଡ଼ ରାମମନ୍ଦିରରୁ ଚୋରି ହୋଇଥିବା ଜଣାଯାଇଛି ।

ବାଲେଶ୍ୱରର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ଵର ଶୈବପୀଠରୁ ହୁଣ୍ଡିବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁବୃର୍ତ୍ତ । ଗ୍ୟାସ କଟରରେ ହୁଣ୍ଡି ବାକ୍ସ କାଟାଯାଇଥିବା ଅନୁମାନ କରାଯାଉଛି । ସକାଳୁ ଟ୍ରଷ୍ଟ ସଦସ୍ୟ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସେହିପରି ନୟାଗଡ଼ ଫତେଗଡ଼ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରୁ ମଧ୍ୟ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତ ନଗଦ 8 ଲକ୍ଷ ଟଙ୍କା ସହିତ 15 ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି । ଅଭିଯୋଗ ପରେ ଫତେଗଡ଼ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରା ଉଚରା କରୁଛି ।
ଆଜି ସକାଳେ ମନ୍ଦିର ପୂଜାରି ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ଏହାସହ ମନ୍ଦିର ଭିତର ହୁଣ୍ଡି ଭଙ୍ଗା ଯାଇଥିବା ଦେଖିଥିଲେ । ହୁଣ୍ଡିରେ ଭକ୍ତଙ୍କ ଦାନରେ ମିଳିଥିବା ଟଙ୍କା, ସୁନା, ରୁପା ଏବଂ ଅନ୍ୟାନ୍ୟ ଜିନିଷକୁ ଦୁର୍ବୃତ୍ତ ମାନେ ଲୁଟିନେଇଛନ୍ତି । ପୂଜକ ମନ୍ଦିର କମିଟିକୁ ଏ ନେଇ ଜଣାଇଥିଲେ । ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ କରାଯାଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications