ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ରହିଛି ସୁନା ଖଣି: ମନ୍ତ୍ରୀ ବିଭୂତିଭୂଷଣ ଜେନା

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ରହିଛି ସୁନା ଖଣିର ସନ୍ଧାନ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା।

ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି।

ବିଧାୟକ ଚକ୍ରମଣି କହଁର ରାଜ୍ୟର କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର ସନ୍ଧାନ ମିଳିଛି ଓ ଆଉ କେଉଁ କେଉଁ ନୂଆ ଖଣି କେଉଁ କେଉଁ ସ୍ଥାନରେ ଅଛି ସେନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଏଭଳି ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା।

Minister Bibhutibhushan Jena

ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି।

ଖଣି ମନ୍ତ୍ରୀଙ୍କ ସୂଚନା ମୁତାବକ, ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+