ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ବିପଦ ସଂକେତ ଉପରେ ସୁବଣ୍ଣରେଖା ଓ ବୈତରଣୀ । ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ଏନେଇ ଜଳ ସଂପଦ ବିଭାଗ ସର୍ୱୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି । କହିଛନ୍ତି, ବୈତରଣୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ସୁବଣ୍ଣରେଖା ନଦୀର ଜଳସ୍ତର ଆହୁରି ବଢିବ । ବଂଶଧାରା ଓ ବୁଢାବଳଙ୍ଗ ନଦୀର ଜଳସ୍ତର ବଢୁଛି । ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ ଖୋଲାଯାଇଛି । ଏବେ ମହାନଦୀରେ କୌଣସି ବଡ ବନ୍ୟା ନାହିଁ ।

There is no flood situation in the state Top engineer

ଶନିବାର ଦୁଇଟି ପର୍ଯ୍ୟାୟରେ ୮ଟି ଫାଟକ ଖୋଲାଯାଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ଶୁକ୍ରବାର ରାତି ୯ଟାରେ ଜଳଭଣ୍ଡାରର ଜଳସ୍ତର ୬୧୮.୮୫ ଫୁଟ ଥିବାବେଳେ ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୨୧.୩୩ ଫୁଟକୁ ପହଞ୍ଚିଛି। ଲଘୁଚାପ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରିପ୍ରେକ୍ଷୀରେ ଅତିରିକ୍ତ ଫାଟକ ଖୋଲାଯାଇପାରେ ବୋଲି ବନ୍ଧ ନିୟନ୍ତ୍ରଣ କକ୍ଷ ସୂତ୍ରରୁ ପ୍ରକାଶ କରାଯାଇଥିଲା। ଯାହାଫଳରେ ରବିବାର ଆଉ ୪ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+