ରାଜ୍ୟରେ ସାର ଅଭାବ ନାହିଁ , ବେଆଇନ କାର୍ଯ୍ୟକଳାପ ରୋକିବାକୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା ପାକ୍ସ ଏବଂ ଲାମ୍ପସ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରକାର କଳାବଜାରୀ କିମ୍ବା ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ସ୍ଥାନରେ ସାରକୁ ଜବତ ନକରି ସେହି ସାରକୁ ନିକଟସ୍ଥ ପାକ୍ସ କିମ୍ବା ଲାମ୍ପସ୍‌କୁ ସ୍ଥାନାନ୍ତରିତ କରି ଚାଷୀଙ୍କୁ ଆବଣ୍ଟନ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

mohan majhi
ଲୋକସେବା ଭବନ ଠାରେ ଆୟୋଜିତ ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ରାଜ୍ୟରେ ସାରର କୌଣସି ଅଭାବ ନାହିଁ। ସମସ୍ତ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି। ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସେପ୍ଟେମ୍ବର ୩୦ ସୁଦ୍ଧା ସମୁଦାୟ ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି। ଆବଶ୍ୟକ ହେଲେ ଅଧିକ ସାର ପାଇଁ ଅନୁରୋଧ କରାଯିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ସମୁଦାୟ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକଟନ ସାର ବିକ୍ରି ହୋଇସାରିଛି।

ବୈଠକରେ, ଜିଲ୍ଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ ପାକ୍ସ ଏବଂ ଲାମ୍ପସ୍‌କୁ ବିଭିନ୍ନ ଗ୍ରେଡ଼ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି, ମାର୍କଫେଡ଼ର ଅଧିକାରୀମାନଙ୍କୁ ସାରଯୋଗାଣ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାରୀ ରୋକିବା ପାଇଁ ଇନ୍‌ଫୋର୍ସମେଣ୍ଟକୁ ଅଧିକ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+