ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା', ନୀତିନ ଗଡକରୀ

ରୋଡ୍ସ କଂଗ୍ରେସ ସମାବେଶରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀଙ୍କ ସମ୍ବୋଧନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି' । ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି ହୋଇଛି ବୋଲି କହିଛନ୍ତି ଗଡ଼କରୀ । ର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା' । 'ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକରାତ୍ମକ ଚିନ୍ତା ଓ ଟ୍ରାନ୍ସପରେନ୍ସି ଆବଶ୍ୟକ' ।ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର, ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ' । ସଚ୍ଚୋଟ ବି ହେବା ଦରକାର, ଶୀଘ୍ର ନିଷ୍ପତ୍ତି ମଧ୍ୟ ନେବା ଆବଶ୍ୟକ' । ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ବୋଲି କହିଛନ୍ତି ଗଡ଼କରୀ ।

nitin gadakri

ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।

ନଭେମ୍ବର ୧୦ ଯାଏ ସଡ଼କ ଏବଂ ପରିବହନ ଉପରେ ଆଲୋଚନା ହେବ। ଏହି ଅଧିବେଶନରେ ୩ ହଜାରରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମରେ ମୋଟ ୧୯ଟି ଟେକ୍ନିକାଲ ସେସନ ରହିବ। ଏହାପୂର୍ବରୁ ଜନତା ମୈଦାନରେ ଆୟୋଜିତ ହୋଇଥିବା ଟେକ୍ନିକାଲ ସେସନକୁ ଉଦଘାଟନ କରିଥିଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

୧୦ ବର୍ଷ ପରେ ଇଣ୍ଡିଆନ ରୋଡ କଂଗ୍ରେସର କାର୍ଯ୍ୟକ୍ରମ ଓଡ଼ିଶାରେ ଆୟୋଜନ ହେଉଛି। ବିକଶିତ ଭାରତ ଓ ୨୦୩୬ ସୁଦ୍ଧା ଓ ବିକଶିତ ରାଜ୍ୟ ଗଢିବାକୁ ଏହି କାର୍ଯ୍ୟକ୍ରମ ବେଶ୍‌ ସହାୟକ ହେବ ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+