୨୦ ତାରିଖ ଯାଏଁ ବର୍ଷିବ: ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା, ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
Weather News: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁଥି ପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରାଯାଇଛି ଏବଂ ସତର୍କ ରହିବା ପାଇଁ SRC ପରାମର୍ଶ ଜାରି କରିଛନ୍ତି । ଦେବେ ବର୍ଷା ଯୋଗୁଁ ହଠାତ୍ ପାଣି ମାଡ଼ି ଆସିପାରେ । ଯେଉଁଥି ପାଇଁ ଜଳବନ୍ଦୀ ସ୍ଥିତି ହେବା ନେଇ ସମ୍ଭାବନା ରହିଛି ଏବଂ ପାହାଡ଼ିଆ ଅଞ୍ଚଳରେ ମାଟି ଧସିବାର ମଧ୍ୟ ଭୟ ରହିଛି ।

ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସାନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପକି ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସଆରସି ସୂଚନା ଜାରି କରିଛନ୍ତି । ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।












Click it and Unblock the Notifications