ରାଜ୍ୟରେ ଆଜିଠାରୁ ବଢିବ ତାତି
ରାଜ୍ୟରେ ଆଜିଠାରୁ ବଢିବ ତାତି । ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ୩୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ସେପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି ।
ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଦିଆଯାଇଥିବା ବେଳେ କିଛି ସ୍ଥାନରେ ଦିନ ତାପମାତ୍ରା ୩ ଡିଗ୍ରୀ ଯାଏଁ ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ରହିଛି । ଆସନ୍ତା ୧୬ ତାରିଖ ସକାଳ ୮.୩୦ ଯାଏ ରାଜ୍ୟର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

-
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଏବେ ବି ପାଣ୍ଡିଆନଙ୍କ କବ୍ଜାରେ ବିଜେଡି କହି ବର୍ଷିଲେ ଦେବୀ ରଂଜନ ତ୍ରିପାଠୀ -
ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ, କହିଲେ... -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ -
ଆଜି ରାଜ୍ୟସଭା ନିର୍ବାଚନ; ବେଙ୍ଗାଲୁରୁ ଫେରିଲେ କଂଗ୍ରେସ ବିଧାୟକ, ସୋଫିଆ କହିଲେ... -
କ୍ରସ୍ ଭୋଟିଂକୁ ମାନିଲେ ସୌଭିକ୍ ବିଶ୍ବାଳ, କହିଲେ ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି -
SCB ଅଗ୍ନିକାଣ୍ଡ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ -
ପ୍ରଥମେ ଭୋଟ୍ ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ -
SCB ଅଗ୍ନିକାଣ୍ଡ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ -
ଅଲିଭ ରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ












Click it and Unblock the Notifications