ପୁରୀ ଚନ୍ଦନ ଯାତ୍ରା ବେଳେ ଇନ୍ସୁରାନ୍ସ ବ୍ୟବସ୍ଥା ରହିବ, ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ ଚନ୍ଦନ ଯାତ୍ରା ବେଳେ ଇନ୍ସୁରାନ୍ସ ବ୍ୟବସ୍ଥା ରହିବ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଭକ୍ତ ଓ ସେବାୟତଙ୍କ ପାଇଁ ରହିବ ଇନ୍ସୁରାନ୍ସ ବ୍ୟବସ୍ଥା' । ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ସୂଚନା ଦେଲେ ମୁଖ୍ୟ ପ୍ରଶାସକ । ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ' । ନରେନ୍ଦ୍ର ପୁଷ୍କରିଣୀ ବାହାରେ ହେବ ୨ଟି ଫାଷ୍ଟଏଡ୍ ସେଣ୍ଟର' । ଭିତର ରତ୍ନଭଣ୍ଡାର କାମ ସରିଛି, ବାହାର ରତ୍ନଭଣ୍ଡାର କାମ ଜାରି ରହିଛି' ।

ସୂଚନାଥାଉକି, ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ । ରାତ୍ର ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ ।
ଅନ୍ୟପଟେ ମରାମତି କାର୍ଯ୍ୟ ଶେଷ ହେବା ପରେ ଭିତର ଓ ବାହାର ରତ୍ନଭଣ୍ଡାରର କବାଟକୁ ସୁନା ଓ ରୂପା ଛାଉଣୀ କରାଯିବା ନେଇ ଯୋଜନା ରଖିଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ବିଭିନ୍ନ ସେବାୟତ ନିଯୋଗର ମତାମତ ନିଆଯାଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।
ବୈଠକ ଶେଷ ହେବା ପରେ ସେବାୟତ ପରିବାରର ବିଭିନ୍ନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ଛତିଶା ନିଯୋଗର ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।












Click it and Unblock the Notifications