ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ
ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ। ଏନେଇ ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି।

ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ହେବ। ଏହାବାଦ ଅନ୍ୟ ସବୁ ଜିଲାରେ ବି ମେଡିକାଲ କଲେଜ ହେବ।'ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛିଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।












Click it and Unblock the Notifications