ତାତିରୁ ମିଳିବ ଆଶ୍ୱସ୍ତି , ୧୦ ଯାଏଁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା; ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ଅଛି । ଶନିବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

rain

ଶନିବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବର୍ଷା ଓ ଘଡ଼ଘଡ଼ି ଆଶଙ୍କା ଅଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରବିବାର ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ। ୭, ୮, ୯ ଓ ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ରାଜ୍ୟର ସବୁ ସହରର ତାପମାତ୍ରା ୪୦ ଡିଗ୍ରୀ ତଳେ ଅଛି । ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ ୩୮.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+