ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ: କଣ କଣ ରହିଛି କାର୍ଯକ୍ରମ ?
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କର ଅନେକ କାର୍ଯ୍ୟକ୍ରମ ରହିଛି। OUATର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଏଥିସହ ନୂତନ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସର ଉଦଘାଟନୀ ଉତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ପରେ ରାଜଭବନ ଫେରି ଡିନର କରିବା ସହ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି।

ତୃତୀୟ ଦିନରେ ଜଡିସିଆଲ କୋର୍ଟର ଉଦ୍ଘାଟନ
ଗସ୍ତର ତୃତୀୟ ଦିନରେ ରାଷ୍ଟ୍ରପତି ଗୁରୁବାର ସକାଳ ୯ଟା ୩୫ମିନିଟ ସମୟରେ ପୁରୀରୁ ବାହାରି ପୁର୍ବାହ୍ନ ୧୦ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦର ପହଞ୍ଚିବେ । ୧୦ଟା ୫୦ମିନିଟରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର 'ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ'ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସନ୍ଧ୍ୟା ୬ଟା ୩୦ମିନିଟରେ ସେଠାରୁ ବାହାରି ରାଜଭବନ ଠାରେ ରାତ୍ରୀଯାପନ କରିବେ।
ଗତକାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ନେଭି ଡେ ସେଲିବ୍ରେସନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି। ଆଜି ରାଷ୍ଟ୍ରପତି ସକାଳ ୯ଟା ୩୫ରେ ପୁରୀ ରାଜଭବନରୁ ବାହାରି ତାଳବଣିଆ ହେଲିପ୍ୟାଡରୁ ଭୁବନେଶ୍ୱର ଅଭିମୁଖେ ୧୦ଟା ୫ରେ ବାହାରିବେ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଓୟୁଏଟି କ୍ୟାଂପସକୁ ଯିବେ ରାଷ୍ଟ୍ରପତି। ଓୟୁଏଟି କାର୍ଯ୍ୟକ୍ରମ ପରେ ରାଜଭବନ ଆସି ମଧ୍ୟାହ୍ନ ଭୋଜନ କରିବେ। ପରେ ଅପରାହ୍ଣରେ ଭୁବନେଶ୍ୱରରେ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସ ଉଦଘାଟନୀ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି।
୬ ଓ ୭ ତାରିଖରେ ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି। ଭୁବନେଶ୍ୱରରେ ସମସ୍ତ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଗାଡ଼ିରେ ଯାତାୟାତ କରିବେ। ତେଣୁ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏହାସହ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ତେବେ ଏହା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ରାଷ୍ଟ୍ରପତିଙ୍କ ଭୁବନେଶ୍ୱରରେ ରହିଥିବା ସମସ୍ତ କାର୍ଯ୍ୟକ୍ରମସ୍ଥଳ ରସ୍ତାରେ କାରକେଡ୍ ରିହର୍ସାଲ କରାଯାଇଛି।












Click it and Unblock the Notifications