ତୃତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଆଜି ସରୁଛି ପ୍ରଚାର, ୬ ସଂସଦୀୟ କ୍ଷେତ୍ର ଓ ୪୨ ଆସନ ପାଇଁ ହେବ ମତଦାନ

ଆଜି ସରୁଛି ପ୍ରଚାର । ରାଜ୍ୟରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ସରିଛି । ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ।

ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ ।

Assembly Election

ସେହିପରି ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଟକ୍କର ହେବାକୁ ଥିବା ବେଳେ ସେମାନଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ । ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ।

ତେବେ ଏହି ସବୁ ସିଟ୍ ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ। ସେହିପରି ବିଭିନ୍ନ ବିଧାନସଭା ଆସନରେରେ କଡା ମୁକାବିଲା ଦେଖିବାକୁ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+