ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା ; ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ୱର ଏଫଏମ୍‍ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଘଟଣାରେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏଭଳି ଘଟଣା ଦୁର୍ଭାଗ୍ୟଜନକ, ଯେତେ ନିନ୍ଦା କଲେ ବି କମ୍‍ ହେବ । ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡିବ । ଆଗକୁ ରାଜ୍ୟ ସକରାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବେ । ବର୍ତ୍ତମାନ ରାଜନୀତି କରିବାର ବେଳେ ନୁହେଁ, ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ଆମର ପ୍ରାଥମିକତା ।

Dharmendra Pradhan
ସେପଟେ ଛାତ୍ରୀଙ୍କ ଶରୀରର ୯୫ପ୍ରତିଶତ ପୋଡିଯାଇଥିବାରୁ ତାଙ୍କୁ ଏମ୍ସରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା ଜାରି ରଖିଛନ୍ତି । ତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସର ବିଶେଷଜ୍ଞଙ୍କ ମତାମତ ଲୋଡାଯାଇଛି । କିଡନୀ କାମ କରୁନଥିବାରୁ ପରିସ୍ରା ହେଉନି । ୯୮ପ୍ରତିଶତ ଅକ୍ସିଜେନ୍‍ ସପୋର୍ଟରେ ଅଛନ୍ତି ପୀଡିତା ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+