ଏଥର ରଥରେ ବର୍ଷାରେ ଭିଜିବେ ମହାପ୍ରଭୁ, ୭ରେ ପ୍ରବଳ ବର୍ଷା ସମ୍ଭାବନା

ରଥଯାତ୍ରାରେ ଶ୍ରୀକ୍ଷେତ୍ରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

rath jatra

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୮ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+