ମେଣ୍ଟକୁ ନେଇ ଚର୍ଚ୍ଚା ମଧ୍ୟରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ଏହି ଭାଇରାଲ୍ ଭିଡିଓ
ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟକୁ ବିଭିନ୍ନ ମତ ପ୍ରକାଶ ପାଉଥିବା ବେଳେ ଏବେ ଏହି ପ୍ରସଙ୍ଗକୁ ନେଇ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ । ବିଜେଡି ଏବଂ ବିଜେପି ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେଣ୍ଟ ଖବରକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବୟାନ ମେଣ୍ଟ ଆଡକୁ ଇଙ୍ଗିତ କରୁଛି।

ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଫ୍ୟାନ କ୍ଳବ୍ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରୁଥିବାର ଦେଖିବାକୁ ମିଳୁଛି। ଯେଉଁଥିରେ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରୁଛନ୍ତି କି ରାଜନୀତିରେ ସବୁଠାରୁ ଖରାପ ଜିନିଷ କ'ଣ ? ଯାହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ଗୁଜବ ଆଉ ମିଛକଥା ବୋଲି କହୁଛନ୍ତି। ଯାହା ରାଜ୍ୟରେ ଚାଲିଥିବା ମେଣ୍ଟ ଚର୍ଚ୍ଚାକୁ ଇଙ୍ଗିତ କରୁଥିବା କୁହାଯାଉଛି।
Guru Gyan pic.twitter.com/QJOAn2wz1T
— Vkpandianfanclub (@Vkpandianfancl1) March 9, 2024
ସେହିଭଳି ଦିଲ୍ଲୀରୁ ଫେରି ଓଡ଼ିଶାରେ ମେଣ୍ଟ ହେବା ନେଇ କୌଣସି ଆଲୋଚନା ହୋଇନଥିବା ଭାଜପା ସଭାପତି ମନମୋହନ ସାମଲ ମଧ୍ୟ କହିଛନ୍ତି।" ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। କେନ୍ଦ୍ରରେ ଏବଂ ରାଜ୍ୟରେ ବିଜେପି କିପରି ସରକାର ଗଠନ କରିବ ସେନେଇ ଆଲୋଚନା ହୋଇଥିବା ସେ କହିଛନ୍ତି।
ତେବେ ଆଲୋଚନା ହେଉଥିଲା କି ଆସନ ବୁଝାମଣା ଚୂଡ଼ାନ୍ତ ହେବା ପରେ ଉଭୟ ଦଳ ପକ୍ଷରୁ ମେଣ୍ଟ ନେଇ ଶୁକ୍ରବାର ଘୋଷଣା ହୋଇପାରେ। ଏହା ବ୍ୟତୀତ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୪ ଓ ୨୦୦୯ରେ ହୋଇଥିବା ମେଣ୍ଟଠାରୁ ନୂଆ ମେଣ୍ଟ ଭିନ୍ନ ହେବା ନେଇ ମଧ୍ୟ ଆଲୋଚନା ହେଉଥିଲା।












Click it and Unblock the Notifications