ଚଳିତବର୍ଷ ଅଂଶୁଘାତରେ ଗଲାଣି ୪ ଜୀବନ , ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦୁଇଦିନ ବ୍ୟବଧାନ ପରେ ପୁଣି ଲମ୍ଫ ମାରିଛି ପାରଦ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କୁ ରାଜ୍ୟରେ ଗୁଳୁଗୁଳିରେ ଥର ବର ହେଉଛି ଜନଜୀବନ । ଏହାରି ଭିତରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି।

weather

ଅଂଶୁଘାତରେ ଢେଙ୍କାନାଳ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଏବଂ ମୟୂରଭଞ୍ଜରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସେହିପରି ଆଉ ୧୪ଟି ଅଂଶୁଘାତ ମୃତ୍ୟୁ ଅଭିଯୋଗର ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ଗତକାଲି ସୁଦ୍ଧା ରାଜ୍ୟରେ ୧,୨୧୯ ଜଣ ଅଂଶୁଘାତ ଯୋଗୁଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଢେଙ୍କାନାଳରେ ସର୍ବାଧିକ ୧୯୮ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ମୟୂରଭଞ୍ଜରେ ୧୪୬, ସୁନ୍ଦରଗଡ଼ରେ ୧୩୧ ଓ ସମ୍ବଲପୁରରେ ୧୨୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।

ଆଗକୁ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିବା ସହ ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ଦୁଇ ଦିନ ଧରି ରାଜ୍ୟରେ ପାଗ ଭଲ ଥିବା ବେଳେ ଆଜିଠାରୁ ପୁଣି ଖରା ଆରମ୍ଭ ହୋଇଛି। ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରର ତାପମାତ୍ରା ୪୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୪୩.୬, ରାଉରକେଲାରେ ୪୩.୨, ହୀରାକୁଦରେ ୪୩.୨ ଓ ଭୁବନେଶ୍ୱରରେ ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+