ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ
ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଆଜ୍ଞାମାଳ ବିଜେ ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି।
ପୁରୀ: କୋଭିଡ କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରାର ନୀତିକାନ୍ତି । ପୂର୍ବରୁ ହୋଇଥିବା ନୀତି ନିର୍ଘଂଟ ଅନୁଯାୟୀ ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିଛନ୍ତି ସେବାୟତ । ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଆଜ୍ଞାମାଳ ବିଜେ ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି।

ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯାଇଛି। ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳାର ସହ ଶେଷ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।
ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି । ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ୧୦ ଜଣ ଅତିରିକ୍ତ ଏସପି, ୨୧ଜଣ ଡିଏସପି, ୬୪ ଜଣ ଇନସପେକ୍ଟର, ୨୨୨ ଏଏସ୍ଆଇ ଏବଂ ଏସ୍ଆଇଙ୍କୁ ଦାୟିତ୍ୱ ଦିଆଯାଇଛି। ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ। ସେପଟେ ରଥ ଟାଣିବା ପାଇଁ ଆଖଡା ଶାଳରେ ନିଜକୁ ପ୍ରସ୍ତୁତ କରୁଛନ୍ତି ସେବାୟତ । ଚଳିତ ବର୍ଷ କରୋନା ଯୋଗୁଁ ଭକ୍ତଙ୍କୁ ପୁରୀ ମନା ହୋଇଛି ।












Click it and Unblock the Notifications