ମର୍ମନ୍ତୁଦ ସଡ଼କ ଦୁର୍ଘଟଣା;ଦୁଇ ବାଇକ୍ ଧକ୍କା, ୩ ମୃତ
ଶାରଦୀୟ ଦୁର୍ଗାପୂଜା ପାଇଁ ଓଡ଼ଗାଁ ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ଆଜି ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଘଟି ୩ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଦୁଇ ବାଇକ୍ ୧୦ ଫୁଟ ଉପରକୁ ଉଠି ତଳେ ପଡ଼ିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ମୃତକଙ୍କୁ ଓଡ଼ଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲେ ମଧ୍ୟ ଡ଼ାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ।

ଦେଖଣାହାରୀଙ୍କ କହିବା ଅନୁସାରେ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡି ସହିତ ୩ଜଣ ବାଇକ୍ ଆରୋହୀ ପ୍ରାୟ ୧୦ଫୁଟ ଉପରକୁ ଉଠି ରାସ୍ତା ଉପରେ କଚାଡି ହୋଇ ପଡ଼ିଥିଲେ। ଫଳରେ ସେମାନେ ଗୁରୁତର ହୋଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଦାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ।
ପୋଲିସ ୨ଟି ଗାଡି ସହ ୩ଟି ମୋବାଇଲ ଫୋନ ସହିତ ମୃତଦେହ ଜବତ କରି ମାମଲାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ସମ୍ପର୍କୀୟ ହସ୍ପିଟାଲ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।












Click it and Unblock the Notifications