Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ ୩ ଠାକୁର

କାଲି ମକର ସଂକ୍ରାନ୍ତି । ଏହାର ଠିକ୍ ପୂର୍ବଦିନ ଅର୍ଥାତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଏହାସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେଉଛି। ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ ।

temple

ଆଜି ବଡ଼ସିଂହାର ବେଶରେ ସୋଲ, ଜରି ଓ କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୂଷଳ, କୁଣ୍ଡଳ ଇତ୍ୟାଦି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି। ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ। ନବାଙ୍କ ବେଶରେ ଠାକୁରମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ କରାଯାଏ।

ବଡ଼ସିଂହାର ବେଶରେ ଦେବତାମାନଙ୍କୁ ଅଳଙ୍କୃତ କରୁଥିବା ଚିତା, ଗୁଣା, କରପଲ୍ଲବ, ଅଧରମାଳା ଓ ଶ୍ରୀପୟର ମାଳା ମଧ୍ୟ ପ୍ରଧାନତଃ ଗେଣ୍ଡୁ ଫୁଲରେ ନିର୍ମିତ ହୋଇଥାଏ। ହୃଦ ପଦକରେ ଗେଣ୍ଡୁ ଫୁଲ ସହିତ ଗୋଲାପ ଫୁଲର ସମ୍ମିଶ୍ରଣ ଘଟିଥାଏ। ସାଧାରଣ ଦିନ ମାନଙ୍କରେ ଚତୁର୍ଦ୍ଧାବିଗ୍ରହଙ୍କ ଠାରେ ଚାରି ପାଞ୍ଚଟି ମାଳ ଲାଗୁଥିଲେ ମଧ୍ୟ ନବାଙ୍କ ବେଶ ଦିନ ଦଶ ପନ୍ଦରଟି ମାଳ ଲାଗିହୁଏ। ଏହି ଦିନ ଲାଗୁଥିବା ଶିର ଭୂଷଣ ଓ ଟୋପର ଗୁଡିକ ତୁଳସୀ ପତ୍ର ଦ୍ୱାରା ପ୍ରସ୍ତୁତ ହୋଇଥାଏ। ସେହି ଟୋପର ଉପରେ ଗେଣ୍ଡୁ ଫୁଲର ମାଳା ଗୁଡା ଯାଇଥାଏ।

ମକର ସଂକ୍ରାନ୍ତି ପୂର୍ବଦିନ ଅନୁଷ୍ଠିତ ହେଉଥିବା ଏହି ବେଶରେ ବହୁଳ ଭାବରେ ଗେଣ୍ଡୁ ଫୁଲ ବ୍ୟବହାର ହେଉଥିବା କାରଣ ହେଉଛି ଏହି ସମୟରେ ଅଧିକ ଗେଣ୍ଡୁଫୁଲ ମିଳେ। ନବାଙ୍କ ବେଶ ସହିତ ନବାଙ୍କ ବେଢାର ମଧ୍ୟ ତାତ୍ପର୍ଯ୍ୟ ରହିଛି। ଆଜି ବଡ଼ ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରତ୍ନସିଂହାସନକୁ ଆସନ୍ତି। ସେଠାରୁ ଆଜ୍ଞାମାଳ ପାଇ ରତ୍ନ ସିଂହାସନକୁ ସାଢେ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଦେଉଳ ଚାରିପାଖକୁ ସାଢେ ଚାରିଥର ପ୍ରଦକ୍ଷିଣ କରନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+