ବିଷ ପିଇଦେଲା ପୁରା ପରିବାର; ଭାଇଭଉଣୀ ମୃତ, ମା ଗୁରୁତର
ବରଗଡ଼: ଗୋଟିଏ ପରିବାରର ତିନି ଜଣ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲା ସୋହେଲାରୁ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପୁଅର ଅବସ୍ଥା ଗୁରୁତର ଥିବା ବେଳେ ତାକୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ସେହିପରି ଭଉଣୀଙ୍କୁ ବୁର୍ଲା ନେବା ବାଟରେ ମୃତ୍ୟୁ ହୋଇଛି । କେବଳ ମା ଜୀବିତ ଥିବା ବେଳେ ତାଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଥିବା ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ, ବିଷ ପିଇ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହି ସମୟରେ ଲୋକ ଚିତ୍କାର ଶୁଣି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ଅଭିଯୋଗ ଅନୁସାରେ 4ଦିନ ତଳେ ଅର୍ଜୁନ ସାହୁଙ୍କର ଅକାଳ ମୃତ୍ୟୁ ହୋଇଥିଲା । ପରେ ପୁଅ ଓ ଝିଅଙ୍କ ସହିତ ମାଆ ମାନସିକ ଅବସାଦରେ ରହୁଥିଲେ । ମାନସିକ ଅବସାଦରୁ ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ସୂଚନା ଅନୁସାରେ, ମାଷ୍ଟର୍ ପଡାର ସ୍ୱର୍ଗତ ଅର୍ଜୁନ ସାହୁଙ୍କ ସ୍ତ୍ରୀ କୁମୋଦିନୀ ସାହୁ, ପୁଅ ବଂଶୀଧର ସାହୁ ଓ ଝିଅ ସୁବର୍ଣ୍ଣ ମହାଜନ ଘର କବାଟ ବନ୍ଦ କରି ବିଷ ପିଇ ଘରେ ଶୋଇ ପଡ଼ିଥିଲେ । ଆଜି ଦିନ 11 ଟାରେ ସେମାନେ ଏପରି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । କୌଣସି ସୂତ୍ରରୁ ପାଖ ପଡୋଶୀ ଖବର ପାଇବା ପରେ ପୋଲିସକୁ ସୂଚନା ଦେଇଥିଲେ ।
ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗି ସମସ୍ତଙ୍କୁ ଉଦ୍ଧାର କରି ସୋହେଲା ହସ୍ପିଟାଲରେ ଭର୍ତ୍ତି କରିଥିଲା । ତିନି ଜଣଙ୍କ ମଧ୍ୟରୁ ପୁଅ ବଂଶୀଧର ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ମା' ଓ ଝିଅଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି । ମାନସିକ ଚାପ ଗ୍ରସ୍ତ ହୋଇ ସେମାନେ ଆତ୍ମହତ୍ୟା ଉଦ୍ୟମ କରିଥିବା କୁହାଯାଉଛି ।
-
ଆମେରିକା ଏବଂ ଇରାନ ବିବାଦ ;ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ












Click it and Unblock the Notifications