ଶପଥ ନେଲେ ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି
ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି।
କଟକ: ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି।

ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଗତ ୧୩ ତାରିଖରେ ଏହି ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିଲେ। ତିନି ନୂଆ ବିଚାରପତି ଶପଥ ନେବା ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ହୋଇଛି ୧୭ ।
ନିକଟରେ ଅନ୍ୟ ୨ ଜଣ ବିଚାରପତିଙ୍କର ଅନ୍ୟ ହାଇକୋର୍ଟରୁ ଓଡିଶା ହାଇକୋର୍ଟକୁ ବଦଳି ହୋଇ ସେମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ୮ ତାରିଖରେ ଜଷ୍ଟିସ ଯଶୱନ୍ତ ସିଂ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଇଥିଲେ। ଓଡିଶା ହାଇକୋର୍ଟର ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ରହିଛି।












Click it and Unblock the Notifications