ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ତିନି ଜଣଙ୍କ ଜୀବନ, ଜଣେ ଆହତ
ନବରଙ୍ଗପୁର : ପୁଣି ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଉମରକୋଟ ଝରିଗାଁ ବାସିନୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି ।

ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଏକ ଗଛକୁ କାର୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତିନିଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଜଣେ ମହିଳାଙ୍କୁ ଚିକିତ୍ସା ପାଇଁ କୋରାପୁଟ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି ।
ମୃତକ ହେଲେ ରାଇଘର ଥାନା ଅନ୍ତର୍ଗତ ଛତାବେଡା ଗ୍ରାମର ଗାଡ଼ି ଚାଳକ ସୁରେଶ ମଣ୍ଡଳ, ସୋନପୁର ଗ୍ରାମର ଗୌରାଙ୍ଗ ରାୟ ଓ ଉମରକୋଟ ଥାନା ଅନ୍ତର୍ଗତ ଅଞ୍ଚଳ ଗ୍ରାମର ସତ୍ୟରଞ୍ଜନ ବେପାରୀ ।
ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଦୁର୍ଘଟଣାଗସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।












Click it and Unblock the Notifications